ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୮୦୦ ପାର, ଆଜି ପୁଣି ୨୪୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

STATE

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେଉଛି କରୋନା ଭୂତାଣୁ । ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଆଜି ପୁଣି ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ୬ ହଜାର ୮୦୦ ଟପିଯାଇଛି ଆକ୍ରାନ୍ତଙ୍କ ସଂଖ୍ୟା । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗଂଜାମରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୮ ଜଣ,ଯାଜପୁରରୁ ୪୦ ଜଣ,ବରଗଡରୁ ୧୦ ଜଣ, କେନ୍ଦ୍ରାପଡାରୁ ୮ ଜଣ, ନବରଙ୍ଗପୁରରୁ ୭ ଜଣ,ସୁନ୍ଦରଗଡରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡା, ରାୟଗଡା, ସୋନପୁରରୁ ଜଣେ ଲେଖାଁଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରୁ ୨ ଜଣ ଲେଖାଁଏ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୧ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ହଜାର ୮୫୯ କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮୬ ଜଣ ଚିକିତ୍ସାଧୀନ ଥିବାବେଳେ ୪ ହଜାର ୭୪୩ ଜଣ ସୁସ୍ଥ ହୋଇଛନ୍ତି। କରୋନାରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି।

Please follow and like us: