ପୁଣି ଆସୁଛି ଆଉ ଏକ ଲଘୁଚାପ ,୨୧ ରୁ ବର୍ଷା

STATE

ଭୁବନେଶ୍ୱର : ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । କାହିଁକି ନା, ଆସୁଛି ଆଉ ଏକ ଲଘୁଚାପ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉଲ୍ଲେଖଯୋଗ୍ୟ ଯେ ୧୩ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଏବେ ଦୁର୍ବଳ ହୋଇଯାଇଛି। ତେରନୁ ୨୦ ତାରିଖ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ନାହିଁ ।

Please follow and like us: