ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ; ରାଜ୍ୟରେ ୨ ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

STATE

ଭୁବନେଶ୍ୱର : ଓଡିଶାର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ଅନେକ ସ୍ଥାନ ପ୍ରବଳ ଉତ୍ତାପ ସାଙ୍ଗକୁ ଝାଞ୍ଜି ପବନ ଅନୁଭୂତ ହୋଇଛି । ଗତକାଲି ଅର୍ଥାତ ଶୁକ୍ରବାର ରାଜ୍ୟର ୧୧ ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରେକର୍ଡ ହୋଇଥିଲା । ତେବେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ ।

ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ ଜିଲ୍ଲାମାନଙ୍କରେ ସର୍ବାଧିକ ଦିନର ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ହେବାର ସମ୍ଭାବନା ରହିଛି ଏବଂ ଏହା ପରେ ଆଉ ଉତ୍ତାପ ବଢିନପାରେ ବୋଲି ପାଣିପାଗ ବିଭାଗ କହିଛି। ସେହିଭଳି ଆଭ୍ୟନ୍ତରୀଣ ଓଡିଶାର କେତେକ ଅଞ୍ଚଳରେ ଏହା ୪୦ ଡିଗ୍ରୀ ସେଲସିୟସ କିମ୍ବା ତା ଠାରୁ ଅଧିକ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Please follow and like us: